କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି...

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି...


କଲ୍ୟାଣସିଂହପୁର,୦୨/୦୫(ନି.ପ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। 

Ad..


ଘର କାନ୍ଥ ଭାଙ୍ଗିବା ସହ ଆସବାବପତ୍ର ପବନରେ ଉଡ଼ି ନଷ୍ଟ ହୋଇଛି।ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟାରେ ଜୋର୍‌ରେ ପବନ ବହିବା ସହ ବର୍ଷା ହୋଇଥିଲା। 

     Ad..


ଝଡ଼ବର୍ଷାରେ ସନ୍ତୋଷ ବାଗ ଓ ଈଶ୍ବର କୌଶଲ୍ୟଙ୍କ ଘର କାନ୍ଥ ଭାଙ୍ଗିଯାଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର। କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ରହିଛନ୍ତି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

Ad..





Edited by k.s thakur...

Post a Comment

Previous Post Next Post