ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...
ବରଗଡ଼,୨୦/୦୭(ବିଜୟ କୁମାର ସାହୁ) : ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
Ad..
ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଦାଶ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ମେହେର ଏବଂ ତହସିଲଦାର ଶ୍ରୀ ରାମକୃଷ୍ଣ ମିଶ୍ର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୩୯ ଗୋଟି ଅଭିଯୋଗ ମଧ୍ୟରୁ ୨୮ ଗୋଟି ବ୍ୟକ୍ତିଗତ ଓ ୧୧ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Edited by k.s thakur...
Tags:
Bargarh


